ରାଜ୍ୟ ସ୍ପେଶାଲ ରିପୋର୍ଟ

୧୩କୁ ଘୁଞ୍ଚିଲା ଚିଟ୍‌ଫଣ୍ଡ ଶୁଣାଣି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ପରବର୍ତ୍ତୀ ଶୁଣାଣି ଚଳିତ ମାସ ୧୩ରେ କରିବେ ସୁପ୍ରିମକୋର୍ଟ। ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌ ଶାହା ଓ ବିଚାରପତି ଜଷ୍ଟିସ୍‌ ସି.ଟି ରବିକୁମାରଙ୍କ ଖଣ୍ଡପୀଠରେ ଆଜି ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। ତେବେ ସମୟ ଅଭାବରୁ ମାମଲାର ଶୁଣାଣି ହୋଇପାରିନଥିଲା। ଆବେଦନକାରୀ ପିନାକ ପାଣି ମହାନ୍ତିଙ୍କ ଓକିଲ ଜିତେନ୍ଦ୍ର କୁମାର ମହାପାତ୍ର ଖଣ୍ଡପୀଠକୁ ମାମଲାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଶୀଘ୍ର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିବାକୁ ଅନୁରୋଧ କଲା ପରେ ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ଜାନୁଆରି ୧୩କୁ ନିର୍ଦ୍ଧାରଣ କରିଥିଲେ।

ରାଜ୍ୟରେ ଚିଟ୍‌ଫଣ୍ଡ ଦୁର୍ନୀତିକୁ ନେଇ ଗତ ବର୍ଷ ଅକ୍ଟୋବର ଦ୍ବିତୀୟ ସପ୍ତାହରେ ସୁପ୍ରିମକୋର୍ଟ ଆବେଦନକାରୀ ଶ୍ରୀ ମହାନ୍ତିଙ୍କ ଦ୍ବାରା ଦାଖଲ ଜନସ୍ବାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ସରକାର ଓ ସିବିଆଇକୁ ନୋଟିସ ଜାରି କରି ଜବାବ ତଲବ କରିଥିଲେ। ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସରକାର, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ସିବିଆଇ ପକ୍ଷରୁ ଜବାବୀ ସତ୍ୟପାଠ ଦାଖଲ କରାଯାଇଛି। ଶ୍ରୀ ମହାନ୍ତିଙ୍କ ଦ୍ବାରା ଜନସ୍ବାର୍ଥ ମାମଲା ଦାଖଲ କରାଯିବା ପରେ ଚିଟ୍‌ଫଣ୍ଡ ଠକେଇର ଶିକାର ଗଞ୍ଜାମ ଜିଲ୍ଲାର ୨୬ ଜମାକାରୀ ଟଙ୍କା ଫେରସ୍ତ ଲାଗି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଉଭୟ ମାମଲାର ଏକତ୍ର ଶୁଣାଣି ଆସନ୍ତା ୧୩ରେ ହେବା ସମ୍ଭାବନା ରହିଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।