ରାଜ୍ୟ ସ୍ୱାସ୍ଥ୍ୟ

୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ନେଇ ରହିଛି ଏଭଳି ଯୋଜନା: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର: ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଯେ ଆମେ ନିର୍ଦ୍ଦେଶ ଦେଇଛୁ କି,ସେମାନଙ୍କ ପାଇଁ ଡେଡିକେଟେଡ଼ ସାଇଟ ଖୋଲିବା ପାଇଁ ସେଠି ଦିନତମାମ ଟିକାକରଣ ଚାଲିବ | ଏହା ସହ ଯେଉଁ ଟିକା କେନ୍ଦ୍ରଗୁଡିକ ବର୍ତ୍ତମାନ ପୂର୍ବରୁ ଅଛି ସେଠି ପୂର୍ବାହ୍ନ ସମୟ ସକାଳ ୮ଟାରୁ ଦିନ ୧ଟା ସୁଦ୍ଧା ପିଲାଙ୍କୁ କେବଳ ଟିକା ଦିଆଯିବ ଅନ୍ୟମାନଙ୍କୁ ଅପରାହ୍ନ ସମୟରେ ଟିକା ଦିଆଯିବ |

୨୦୦୭ କିମ୍ବା ତା ପୂର୍ବରୁ ଯେଉଁ ପିଲା ଜନ୍ମ ହେଇଛନ୍ତି ସେମାନେ ଟିକା ନେବାପାଇଁ ଯୋଗ୍ୟ | ଆଧାର ନଥିଲେ ସ୍କୁଲ ଆଇ କାର୍ଡ ଦେଖେଇ ମଧ୍ୟ ପିଲା ଟିକା ପାଇଁ ପଞ୍ଜିକରଣ କରିପାରିବେ | ୩୪ ଲକ୍ଷ ଲୋକ ଏବେ ବି ବାକି ଅଛନ୍ତି ପ୍ରଥମ ଡୋଜ ନେବା ପାଇଁ ୨୯ ଲକ୍ଷ ଲୋକ ଦ୍ଵିତୀୟ ଡୋଜ ଟିକା ନେବା ପାଇଁ ବାକି ଅଛନ୍ତି |

ସ୍କୁଲରେ ସ୍ୱତନ୍ତ୍ର ଟିକା କେନ୍ଦ୍ର ଖୋଲିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେବ | ବୁଷ୍ଟର ଡୋଜ ନେବା ପାଇଁ ୬୦ ବର୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କୁ କୌଣସି ଡାକ୍ତରୀ ସାର୍ଟିଫିକେଟ ଦରକାର ନାହିଁ କେବଳ ସେମାନେ ଡାକ୍ତରଙ୍କ ପରାମର୍ଶ ନେଇ ଟିକା ନେଇ ପାରିବେ |

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ