ରାଜ୍ୟ ସ୍ପେଶାଲ ରିପୋର୍ଟ

୧୬ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ବର : ଆସନ୍ତା ୧୬ ତାରିଖ ଆଡ଼କୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ତେବେ ଓଡ଼ିଶା ଉପରେ ଏହାର କ’ଣ ପ୍ରଭାବ ରହିବ ଓ ଏହା କେତେ ଘନୀଭୂତ ହେବ, ସେନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳି ପାରିନାହିଁ। ଅପରପକ୍ଷେ ଆସନ୍ତା ୩ରୁ ୪ଦିନ ଭିତରେ ରାଜ୍ୟର ତାପମାତ୍ରା ୩ରୁ ୪ ଡିଗ୍ରି ଯାଏ ତଳକୁ ଖସିବ ବୋଲି ଜଣାପଡ଼ିଛି।

 ଶନିବାର ଦିନ ୪ସହରର ତାପମାତ୍ରା ୧୩ ଡିଗ୍ରି ପାଖାପାଖି ରହିଥିବା ବେଳେ ଦାରିଙ୍ଗବାଡ଼ି ଓ କୋରାପୁଟରେ ସର୍ବନିମ୍ନ ୧୩ ଡିଗ୍ରି ଏବଂ ବୌଦ୍ଧ ଓ ଫୁଲବାଣୀରେ ୧୩.୫ ଡିଗ୍ରି ରେକର୍ଡ କରାଯାଇଛି। ୨ ଦିନ ପରେ ଏହି ପାରଦ ଆହୁରି ଖସିବ ଓ ରାଜ୍ୟରେ ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।