ରାଜ୍ୟ ସ୍ପେଶାଲ ରିପୋର୍ଟ

୧୭ରୁ ବସ୍‌ ଧର୍ମଘଟ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ : ୧୭ରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ କରିବ ରାଜ୍ୟ ବସ ମାଲିକ ସଂଘ। ନୂତନଭାବେ ଲାଗୁ କରାଯାଇଥିବା ‘ସ୍କ୍ରାପ୍‌’ ଆଇନକୁ ବିରୋଧ ତଥା ବିଭିନ୍ନ ଦାବି ନେଇ ସଂଘ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ସଂଘର ରାଜ୍ୟ ସଂପାଦକ ଦେବେନ୍ଦ୍ର ସାହୁ ଆଜି ସୂଚନା ଦେଇଛନ୍ତି।
ଗତ ମାସରେ ରାଜ୍ୟ ସରକାରଙ୍କ ‘ସ୍କ୍ରାପ୍‌ ପଲିସି’ ନିଷ୍ପତ୍ତିକୁ ବିରୋଧ ତଥା ୮ଦଫା ଦାବିକରି ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦେଇଥିଲା ରାଜ୍ୟ ବସ୍‌ ମାଲିକ ସଂଘ। ରାଜ୍ୟ ସରକାର ଯାହା କିଛି ନିଷ୍ପତ୍ତି ନେଉଛନ୍ତି ବା ଘୋଷଣା କରୁଛନ୍ତି, ତାହାକୁ କାର୍ଯ୍ୟକାରୀ କରାଯାଉନି। ସଂଘ ପକ୍ଷରୁ ଦାବି ପୂରଣ ନହେଲେ ଆସନ୍ତା ୭ ତାରିଖରେ ଆନ୍ଦୋଳନର ପରବର୍ତ୍ତୀ କାର୍ଯ୍ୟପନ୍ଥା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ପରିବହନ ବିଭାଗ ସଚିବ ସଂଘ କର୍ତ୍ତୃପକ୍ଷଙ୍କୁ ଆଲୋଚନା ପାଇଁ ୭ ତାରିଖରେ ଡାକିଥିଲେ। କିନ୍ତୁ, କୌଣସି ନିଷ୍ପତ୍ତି ହୋଇପାରି ନଥିଲା। ଫଳରେ, ରାଜ୍ୟବ୍ୟାପୀ ୧୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବସ୍‌ ଧର୍ମଘଟ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏଭଳି ନିଷ୍ପତ୍ତିକୁ କଟକ ଜିଲ୍ଲା ଘରୋଇ ବସ୍‌ ମାଲିକ ସଂଘ ମଧ୍ୟ ସମର୍ଥନ ଜଣାଇଥିବା ସଂପାଦକ ଶ୍ରୀ ସାହୁ ସୂଚନା ଦେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।