ରାଜ୍ୟ

୧୯ ଯାଏ ହାଲୁକା ବର୍ଷା

ଭୁବନେଶ୍ବର: ଜାନୁଆରି ୧୭ରୁ ୧୯ ତାରିଖ ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁରରେ ବର୍ଷା ହେବାକୁ ଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ନ ହେଲେ ରାଜ୍ୟର ସମସ୍ତ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବୁଧବାର ସକାଳ ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ଅନୁଭୂତ ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ଲାଗିରହିବ। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲା କିରେଇରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରି ଥିବା ବେଳେ ସୁନ୍ଦରଗଡ଼ରେ ୮.୬, କୋରାପୁଟରେ ୯.୨, ରାଉରକେଲାରେ ୯.୮, ଜି ଉଦୟଗିରିରେ ୧୦, ଝାରସୁଗୁଡ଼ା ଓ ରାଣୀତାଲରେ ୧୦.୨, ଫୁଲବାଣୀରେ ୧୧, କେନ୍ଦୁଝରଗଡ଼ରେ ୧୨ ଓ ବାରିପଦାରେ ୧୨.୪ ଡିଗ୍ରି ରେକର୍ଡ ହୋଇଛି। ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବଲାଙ୍ଗୀର, ନୟାଗଡ଼, ଦାରିଙ୍ଗବାଡ଼ି, ଅନୁଗୁଳ ଓ କଟକରେ ଘନ କୁହୁଡ଼ି ହେବାରୁ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିଥିଲା। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ବାକି ଜିଲ୍ଲାଗୁଡ଼ିକରେ ସେଭଳି କୌଣସି ପରିବର୍ତ୍ତନ ହୋଇ ନାହିଁ। ବହୁ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକଠାରୁ କମ୍‌ ରହିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।