ରାଜ୍ୟ

୨୨ରେ କଳାହାଣ୍ଡି ଆସିବେ ଜେପି ନଡ୍ଡା

ଭବାନୀପାଟଣା : ଆସନ୍ତା ୨୨ରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା କଳାହାଣ୍ଡି ଗସ୍ତରେ ଆସିବେ। ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ମହାଜନସମ୍ପର୍କ ସମାବେଶରେ ସାମିଲ ହୋଇ ମୋଦୀ ସରକାରଙ୍କ ୯ ବର୍ଷର ସଫଳତା ବଖାଣିବେ ବୋଲି ଆଜି ଭବାନୀପାଟଣାରେ ଏକ ସାମ୍ବାଦିକ ସମ୍ମିଳନୀରେ ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ବିଜେପି ରାଜ୍ୟ ପ୍ରଭାରୀ ଡି. ପୁରୁନ୍ଦେଶ୍ବରୀ କଳାହାଣ୍ଡି ଜିଲ୍ଲା ଗସ୍ତ କରି କର୍ମୀ ଓ ସଂଗଠକମାନଙ୍କ ସହିତ ଆଲୋଚନା କରିଥିଲେ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡାଙ୍କ ଗସ୍ତ ଦଳୀୟ କର୍ମୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ। ମୋଦୀଙ୍କ ୯ ବର୍ଷର ସଫଳତା, ଜନହିତକର କାର୍ଯ୍ୟକ୍ରମ ତଥା ଆସନ୍ତା ସାଧାରଣ ନିର୍ବାଚନ ସଂପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏଥି ନିମନ୍ତେ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହିତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ଡ଼ି. ପୁରୁନ୍ଦେଶ୍ବରୀ ଓ ଭବାନୀପାଟଣା ସଦର ବିଧାୟକ ପ୍ରଦୀପ୍ତ ନାଏକ ସମେତ ବହୁ ଆଗଧାଡ଼ିର ନେତା କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ବିଜେପି ସଭାପତି ଦେବେନ୍ଦ୍ର ମହାନ୍ତି ପ୍ରକାଶ କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭବେନ୍ଦ୍ର ପଣ୍ଡା, ଆର୍ତ୍ତତ୍ରାଣ ମହାପାତ୍ର, ରମେଶ ମାଝୀ, ଜିଲ୍ଲା ଉପସଭାପତି ପ୍ରଶାନ୍ତ ସାହୁ, ସାଧାରଣ ସଂପାଦକ ଜୟଶଙ୍କର ନାଏକ, ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଦୀପଜ୍ୟୋତି ମୁଣ୍ଡ, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭଣ୍ଡେଶ୍ବର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।