ରାଜ୍ୟ ସ୍ପେଶାଲ ରିପୋର୍ଟ

୨୩ରୁ ଆହୁରି ଥରିବେ ଲୋକେ, ୩ରୁ୪ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର ୨୨।୧୧ : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପୁଣି ପାରଦ ଖସିବ । ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ କମିଯିବ । ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହୋଇଥିବା ଅବପାତ ପ୍ରଭାବରେ ରାଜ୍ୟରେ ଶୀତ ସାମାନ୍ୟ କମିଛି । ଆଗକୁ ପୁଣି ଥଣ୍ଡା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି ।

ବଙ୍ଗୋପସାଗରରେ ଅବପାତ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପ ପ୍ରବେଶ କରିଛି । ଏଥିପାଇଁ ତାପମାତ୍ରା ବଢ଼ିଛି । ଦୁଇ ଦିନ ପରେ ଏହା ପୁଣି ଖସିବ ବୋଲି ସେ କହିଛନ୍ତି । ସେହିଭଳି କୋରାପୁଟରେ ଆଜି ସକାଳୁ ହାଲୁକା ବର୍ଷା ହୋଇଛି । ମଙ୍ଗଳବାର ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଭଳି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ସମ୍ଭାବନା ଅଛି ।

ସୋମବାର ସୁନ୍ଦରଗଡ଼ କିରେଇରେ ସବୁଠୁ କମ୍‌ ତାପମାତ୍ରା ରେକର୍ଡ ହୋଇଛି । ଏଠାରେ ପାରଦ ୯.୨ ଡିଗ୍ରୀ ରହିଥିଲା । ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ, କୋରାପୁଟରେ ୧୧.୨, ଫୁଲବାଣୀରେ ୧୨.୨, ଦାରିଙ୍ଗିବାଡ଼ିରେ ୧୨.୫ ଓ ସୁନ୍ଦରଗଡ଼ରେ ୧୩ ଡିଗ୍ରୀ ରହିଥିଲା ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।