ରାଜ୍ୟ ସ୍ପେଶାଲ ରିପୋର୍ଟ

୨୩ ରାତିରୁ ପୁଣି ବଢ଼ିବ ଶୀତ

ଭୁବନେଶ୍ବର : ରାଜ୍ୟର ଶୀତ ପ୍ରବାହରେ ସାମାନ୍ୟ ବିରାମ ଲାଗିଛି। ଗତକାଲି ରାତିରେ ରାଜ୍ୟର ପାରଦସ୍ତରରେ ବୃଦ୍ଧି ଦେଖାଯାଇଛି। କୋରାପୁଟର ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରି ରେକର୍ଡ ହୋଇଥିଲା। ଗତ ରାତି‌ରେ ଏହା ଓଡ଼ିଶାର ଥଣ୍ଡା ସହର ପାଲଟିଥିଲା। ଏହା ପଛକୁ ଫୁଲବାଣୀରେ ୧୨.୨ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଗତକାଲି କଟକର ରାତି ତାପମାତ୍ରା ୧୯.୫ ଡିଗ୍ରି ରହିଥିବା ବେଳେ ଭୁବନେଶ୍ବରର ରାତି ତାପମାତ୍ରା ୧୯.୯ ଡିଗ୍ରି ରହିଥିଲା ‌ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ଦେଖାଯିବ ନାହିଁ। ପରବର୍ତ୍ତୀ ୨ ଦିନରେ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିବ ଓ ଓଡ଼ିଶା ପ୍ରବଳ ଶୀତ ପ୍ରକୋପରେ ଥରିବ ବୋଲି ସୂଚନା ମିଳିଛି।

ଅନ୍ୟପଟେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆଜି ସକାଳ ସୁଦ୍ଧା ଚେନ୍ନାଇର ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୪୨୦ କିମି ଦୂରରେ ରହିଥିଲା। ଏହା ଧୀରେଧୀରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ମଧ୍ୟ ରାତି ପର୍ଯ୍ୟନ୍ତ ଅବପାତ ରୂପରେ ହିଁ ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ, ଉତ୍ତର ତାମିଲନାଡ଼ୁ ଓ ପୁଡୁଚେରି ଉପକୂଳ ଯାଏ ଗତି କରିବ। ୨୨ ତା‌ରିଖ ସୁଦ୍ଧା ଏହା ଦୁର୍ବଳ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ରାତି ତାପମାତ୍ରାରେ ହ୍ରାସ ଦେଖାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।