ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

୨୪ଘଣ୍ଟାରେ ୪୫,୫୭୬ଜଣ କରୋନା ସଂକ୍ରମିତ, ୫୮୫ମୃତ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୪୫ ହଜାର ୫୭୬ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୯,୫୮,୪୮୪ରେ ପହଞ୍ଚିଛି ଓ ୫୮୫ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ସହ ଦେଶରେ ୨୪ଘଣ୍ଟାରେ ୪୫,୫୭୬ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୯,୫୮,୪୮୪ରେ ପହଞ୍ଚିଛି । ଏହା ମଧ୍ୟରୁ ୪୪୩୩୦୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୩୧୫୭୮ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୩,୮୩,୬୦୨ରେ ପହଞ୍ଚିଛି ।

ଏହା ସହ ବୁଧବାର ଦେଶରେ ୧୦,୨୮,୨୦୩ଟି ନମୂୂନା ପରୀକ୍ଷା କରାଯାଇଥିବା ବେଳେ ନଭେମ୍ବର ୧୮ପର୍ଯ୍ୟନ୍ତ ୧୨,୮୫,୦୮,୩୮୯ଟି ନମୂନା ପରୀକ୍ଷା ସରିଛି। ଦେଶରେ କରୋନା ସଂକ୍ରମଣ କମୁଥିବାବେଳେ ଆଗାମୀ ଦିନରେ ସଂକ୍ରମଣର ୨ୟ ଲହରୀ ଆସିବାର ଆଶଙ୍କା କରୁଛନ୍ତି ବିଶେଷଜ୍ଞ ଓ ସରକାର । ଏ ନେଇ ଲୋକଙ୍କୁ ସତର୍କ ରହିବା ସହ କରୋନା ପ୍ରୋଟୋକଲ ମାନି ଚଳିବା ପାଇଁ କୁହାଯାଉଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ