ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୫୩,୪୮୦ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ ସଂକ୍ରମଣଜନିତ ପରିସ୍ଥିତି ଖରାପରୁ ଆହୁରି ଖରାପ ଆଡ଼କୁ ଯାଉଛି ବୋଲି କେନ୍ଦ୍ର ସରକାର କହୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩,୪୮୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩,୪୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୫୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୧,୪୯,୩୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୫୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୨,୪୬୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪୧,୨୮୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୧୪,୩୪,୩୦୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୫୨,୫୬୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୩୦,୫୪,୩୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମାର୍ଚ ୩୦ ସୁଦ୍ଧା ସମୁଦାୟ ୨୪,୩୬,୭୨,୯୪୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୦,୨୨,୯୧୫ଟି ନମୁନା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ