ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ୪୪,୪୮୯ ନୂଆ ସଂକ୍ରମଣ ଓ ୫୨୪ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୪୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୨୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୨,୬୬,୭୦୫ ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୧୩୫, ୨୨୩ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୫୨, ୩୩୪।

ସେହିଭଳି ଏବେ ସୁଦ୍ଧା ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮,୬୭୯,୧୩୮ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏବେ ଦେଶରେ ସୁସ୍ଥତା ହାର ୯୩.୬୬% ରହିଛି।

ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ବୁଧବାର ଦିନ କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରାଳୟ ସଦ୍ୟ କୋଭିଡ୍‌-୧୯ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହି ଭୂତାଣୁ ସଂକ୍ରମଣ ଜନିତ ରୋଗ ବିସ୍ତାର ଦମନ କରିବା ନିମନ୍ତେ କ୍ଷେତ୍ରବିଶେଷରେ କଠୋର ପଦକ୍ଷେପ ଗ୍ରହଣ କରିବାକୁ ଉପରୋକ୍ତ ମାର୍ଗଦର୍ଶିକାରେ ରାଜ୍ୟମାନଙ୍କୁ କ୍ଷମତା ପ୍ରଦାନ କରାଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନେ ରାତ୍ରକାଳୀନ କର୍ଫ୍ୟୁ ଭଳି ସ୍ଥାନୀୟ କଟକଣା ଜାରି କରିପାରିବେ। କିନ୍ତୁ, କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ବାହାରେ ଲକ୍‌ଡାଉନ୍‌ ଘୋଷଣା କରିବା ପୂର୍ବରୁ ସେମାନେ କେନ୍ଦ୍ର ସରକାରଙ୍କ ସହ ପରାମର୍ଶ କରିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ