ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୦୩୯ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧୦.୭୭ ନିୟୁତ ଟପିଲା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୦୩୯ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣ ଚିହ୍ନଟସଂଖ୍ୟା ୧୦.୭୭ ନିୟୁତ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୦୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୭୭,୨୮୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୫୯୬ରେ ପହଞ୍ଚିଛି। ଏହି ହିସାବରେ ଦେଶରେ ମୃତ୍ୟୁହାର ୧.୪୩% ଥିବା ଜଣାପଡ଼ିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪, ୨୨୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୪,୬୨,୬୩୧। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟାନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୭.୦୮%।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୬୦,୦୫୭ରେ ପହଞ୍ଚିଛି। କ୍ରମାଗତ ୧୫ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ହେଉଛି ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୪୯%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୪୧,୨୦,୭୪୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨ ସୁଦ୍ଧା ସମୁଦାୟ ୧୯,୮୪,୭୩,୧୭୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୨୧,୧୨୧ଟି ନମୁନା।

ସୂଚନାଯୋଗ୍ୟ, ଭାରତରେ କୋଭିଡ୍‌-୧୯ର ପ୍ରଥମ ମାମଲା ଚିହ୍ନଟ ହେବାର ବର୍ଷକ ପରେ ସମ୍ପ୍ରତି ଏହି ମାରାତ୍ମକ ସଂକ୍ରମଣଜନିତ ମୃତ୍ୟୁ କ୍ଷେତ୍ରରେ ବିଶ୍ୱର ୪ର୍ଥ ସ୍ଥାନକୁ ଖସି ଆସିଛି ଭାରତ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ