ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଭାରତରେ ୧୪,୮୪୯ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୯୭% ଆଡ଼କୁ ମୁହାଁଉଛି ସୁସ୍ଥତା ହାର

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୪,୮୪୯ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ସଂକ୍ରମଣ ଠାରୁ ଆଜିର ସଂକ୍ରମଣ ହାର ୪% ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୮୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୫୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୫୪,୫୩୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୫୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୩୩୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫, ୯୪୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୧୬,୭୮୬। ସମ୍ପ୍ରତି ଜାତୀୟସ୍ତରରେ ସୁସ୍ଥତା ହାର ୯୬.୮୩%ରେ ପହଞ୍ଚିଥିବା ବେଳେ ମୃତ୍ୟୁହାର ୧.୪୪%ରେ ରହିଛି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୮୪,୪୦୮ରେ ପହଞ୍ଚିଛି। କ୍ରମାଗତ ୫ମ ଦିନ ପାଇଁ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ତଳେ ରହିଛି।

ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୫,୮୨,୨୦୧ ଜଣଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୧୭,୬୬,୮୭୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୮୧,୭୫୨ଟି ନମୁନା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ