ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ୩୨,୯୮୧ ନୂଆ ସଂକ୍ରମଣ ସହ ୯୬.୭ ଲକ୍ଷରେ ଟପିଲା ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୨,୯୮୧ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୬.୭ ଲକ୍ଷରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୨,୯୮୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୬,୭୭,୨୦୩ ଓ ମୃତ୍ୟୁସଂଖ୍ୟା ୧୪୦, ୫୭୩ରେ ପହଞ୍ଚିଛି।

୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୯, ୧୦୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୧, ୩୯, ୯୦୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୯୬, ୭୨୯।

‘ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ’ (ଆଇସିଏମ୍‌ଆର୍‌) ରିପୋର୍ଟ ଅନୁସାରେ, ଡିସେମ୍ବର ୬ ତାରିଖ ସୁଦ୍ଧା ସମୁଦାୟ ୧୪,୭୭,୮୭,୬୫୬ ନମୁନା ପରୀକ୍ଷା କରାଯାଇଛି। ଗତକାଲି ୮,୦୧,୦୮୧ ନମୁନା ପରୀକ୍ଷା କରାଯାଇଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ