ରାଜ୍ୟ ସ୍ପେଶାଲ ରିପୋର୍ଟ

୨୭ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ସ୍ନାନଯାତ୍ରା ଓ ରଥଯାତ୍ରା ବିଶୃଙ୍ଖଳାର ହେବ ସମୀକ୍ଷା

ପୁରୀ: ସ୍ନାନଯାତ୍ରା ଓ ରଥଯାତ୍ରା ପରିଚାଳନା ଉପରେ ଆସନ୍ତା ଜୁଲାଇ ୨୭ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସମସ୍ତ ପରିଚାଳନା କମିଟି ସଦସ୍ୟଙ୍କୁ ଚିଠି କରି ଅବଗତ କରାଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସର ସଭାଗୃହରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକ ଜୁଲାଇ ୨୭ ତାରିଖ ପୂର୍ବାହ୍ଣ ୧୧ଟାରେ ଆରମ୍ଭ ହେଉଥିବା ବେଳେ ଏଥିରେ ଚଳିତବର୍ଷର ସ୍ନାନଯାତ୍ରା ଓ ରଥଯାତ୍ରା ବିଶୃଙ୍ଖଳାର ବିସ୍ତୃତ ସମୀକ୍ଷା କରାଯିବ। ଏଥିସହ ଚଳିତବର୍ଷ ମେ’ ୨୯ ତାରିଖ ଓ ଜୁନ ୧୨ ତାରିଖରେ ଅନୁଷ୍ଠିତ ହୋଇଥିବା ପରିଚାଳନା କମିଟି ବିବରଣୀ ଦୃଢ଼ୀକରଣ, ଗତବର୍ଷ ସେପ୍ଟେମ୍ବର ୨୭ ଓ ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକ ବିବରଣୀର ଅନୁପାଳନ, ସେବକ ବାସଗୃହ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ, ବାଉଳି ମଠ ଉନ୍ନତୀକରଣ ସମ୍ପର୍କରେ ଆଲୋଚନା ହେବ। ଗତ ଜାନୁଆରି ୧୭ ତାରଖରେ ଅନୁଷ୍ଠିତ ହୋଇଥିବା ଶ୍ରୀମନ୍ଦିର ଭୂମି ଓ ପ୍ରକଳ୍ପ ସବ୍‌କମିଟି ବିବରଣୀ ଅନୁମୋଦନ ହେବ। ସଭାପତିଙ୍କ ଅନୁମତିକ୍ରମେ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହେବାକୁ ସ୍ଥିର କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।