ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

୨ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ: ୨୨ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: କିଛି ଦିନ ପରେ ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳକୁ ଖସିଛି। ଗତକାଲି ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୧, ବଲାଙ୍ଗୀରରୁ ୧୧ ଜଣ, କଟକରୁ ୩୩ ଜଣ, ଦେବଗଡ଼ରୁ ୩, ଗଞ୍ଜାମରୁ ୧, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୩, କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୪୦, କୋରାପୁଟରୁ ୩, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୧୧, ପୁରୀରୁ ୪ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୦, ୪୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୯, ୩୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୮୧୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ