ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରାଜ୍ୟରୁ ଶୀତ ଅପସରି ଯାଇଛି। ଫଳରେ ପୂରା ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅନେକ ସ୍ଥାନର ତାପମାତ୍ରା ୩୫ ଡିଗ୍ରି ଛୁଇଁଯିବ। ସୋମବାର ଦିନ ୧୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୩.୪ ଡିଗ୍ରି ଛୁଇଁ ଯାଇଥିଲା। ଆଗକୁ ଖରାର ପ୍ରକୋପ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ମାର୍ଚ୍ଚ ପ୍ରଥମ ସପ୍ତାହ ବେଳକୁ ପ୍ରଚଣ୍ଡ ଖରାରେ ଓଡ଼ିଶା କଲବଲ ହେବ ବୋଲି ଏକପ୍ରକାର ସ୍ପଷ୍ଟ ହୋଇଗଲାଣି।
ଗତ ରାତିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଘୁ. ଉଦୟଗିରିଠାରେ ୧୧.୪ଡିଗ୍ରି ତାପମାତ୍ରା ରେକର୍ଡ ହୋଇଥିଲା ବେଳେ ନବରଙ୍ଗପୁରରେ ୧୩.୫ ଡିଗ୍ରି ରହିଥିଲା। ସେହିଭଳି ଭୁବନେଶ୍ବରରେ ୨୦.୨ଡିଗ୍ରି ଓ କଟକରେ ୨୦.୬ ଡିଗ୍ରି ରହିଥିଲା। ଆଜି ରାଜଧାନୀ ଭୁବନେଶ୍ବରର ପାଗ ଖରାଟିଆ ରହିବ। ଆକାଶ ମେଘମୁକ୍ତ ରହିବ। ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ୨୧ ଡିଗ୍ରି ମଧ୍ୟରେ ରହିବ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l