ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

୪୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ମାଟ୍ରିକ୍ ପରୀକ୍ଷା ନ ଦେବା ଘଟଣା: ସ୍କୁଲଗୁଡ଼ିକ ଉପରେ ଦୋଷ ଲଦିଲେ ବୋର୍ଡ ସଭାପତି

କଟକ: ୪୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ମାଟ୍ରିକ୍ ପରୀକ୍ଷା ନ ଦେବା ଘଟଣା ସଂପର୍କରେ ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରତିକ୍ରିୟା ରଖିଛନ୍ତି। ପରୀକ୍ଷା ନ ଦେବା ନେଇ ସ୍କୁଲଗୁଡ଼ିକ ଉପରେ ଦୋଷ ଲଦିଛନ୍ତି ବୋର୍ଡ ସଭାପତି।
ସେ କହିଛନ୍ତି, କେତେ ସଂଖ୍ୟକ ପିଲା ପରୀକ୍ଷା ଦେଇ ନାହାନ୍ତି ତାଙ୍କ ପାଖରେ ସେ ସୂଚନା ନାହିଁ। ପରୀକ୍ଷାର୍ଥୀ ଅନୁପସ୍ଥିତ ରହିବା ନେଇ ଗଣଶିକ୍ଷା ବିଭାଗ ସହ ଆଲୋଚନା ହୋଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଆମ ନିୟନ୍ତ୍ରଣରେ ନାହାନ୍ତି। ବୋର୍ଡ ସଭାପତି ଆହୁରି ମଧ୍ୟ କହିଛନ୍ତି- ଆମର କିଛି ଦୋଷ ନାହିଁ, ସେକଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବୁଝିବ, ପରୀକ୍ଷା ପରିଚାଳନା ଆମ କାମ, ଫର୍ମ ଫିଲପ୍ କଲେ ପରୀକ୍ଷା କରେଇବୁ, ଭେରିଫିକେସନ କରିବା ପାଇଁ ଆମ ପାଖରେ କୌଣସି ବ୍ୟବସ୍ଥା ନାହିଁ।

ସୂଚନାଯୋଗ୍ୟ, ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାରେ ହଜାର ହଜାର ଛାତ୍ରଛାତ୍ରୀ ଅନୁପସ୍ଥିତ ରହିବା ଚର୍ଚ୍ଚାର ବିଷୟ ହୋଇଥିବାବେଳେ ବାଲେଶ୍ବର ଜିଲ୍ଲାରେ ମଧ୍ୟ ୩୧୯୭ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିଥିବା ଜଣାପଡ଼ିଛି। ଫର୍ମ ଫିଲପ୍ କରିଥିଲେ ମଧ୍ୟ ଏହି ପିଲାମାନେ କାହିଁକି ବୋର୍ଡ ପରୀକ୍ଷା ଦେଲେନି ସେ ସଂପର୍କରେ ଜିଲ୍ଲା ଶିକ୍ଷା ବିଭାଗ ନିରୁତ୍ତର ରହିଛି। ଏହାଛଡ଼ା କଟକ, ଗଞ୍ଜାମ ଭଳି ଜିଲ୍ଲାରେ ବି ହଜାରହଜାର ସଂଖ୍ୟକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷାରେ ଅନୁପସ୍ଥିତ ରହିଥିବା କୁହାଯାଉଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି