ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

୪ ରାଜ୍ୟ ଜଳୁଛି, ଦିଲ୍ଲୀରେ ୪୨ଂ

ନୂଆଦିଲ୍ଲୀ: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି ଯେ ମଙ୍ଗଳବାର ରାଜସ୍ଥାନ, ଗୁଜରାଟ, ତାମିଲନାଡୁ ଓ କର୍ଣ୍ଣାଟକରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ଏବଂ ଦିଲ୍ଲୀରେ ପାରଦ ୪୨ ଡିଗ୍ରି ଛୁଇଁଛି। ପ୍ରବଳ ଗରମ ମଧ୍ୟରେ ରବିବାର ଜାତୀୟ ରାଜଧାନୀରେ ବର୍ଷର ସବୁଠାରୁ ଉତ୍ତପ୍ତ ଦିନ ରେକର୍ଡ କରାଯାଇଥିଲା, ଯାହାର ସର୍ବୋଚ୍ଚ ତାପମାତ୍ରା ୪୧.୧ ଡିଗ୍ରି ସେଲସିୟସ ରହିଛି, ଯାହା ସ୍ୱାଭାବିକଠାରୁ ୨ ଡିଗ୍ରି ଅଧିକ। ଚଳିତ ମାସରେ ଭାରତର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପୂର୍ବରୁ ସତର୍କ କରାଇ ଦେଇଛି। ସଦ୍ୟତମ ପାଣିପାଗ ବୁଲେଟିନରେ ଆଇଏମ୍‌ଡି କହିଛି ଯେ ରାଜସ୍ଥାନ, ପଶ୍ଚିମ ମଧ୍ୟପ୍ରଦେଶ ଓ ଗୁଜରାଟରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଏବଂ କେରଳରେ ଲଗାତାର ୫ ଦିନ ପର୍ଯ୍ୟନ୍ତ ଗରମ ଓ ଆର୍ଦ୍ର ତାପମାତ୍ରା ରହିବ।

ସୋମବାର ପଶ୍ଚିମବଙ୍ଗ ଓ ତାମିଲନାଡୁର କେତେକ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥିବା ବେଳେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଓ ତେଲେଙ୍ଗାନାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ଯଥାକ୍ରମେ ଏପ୍ରିଲ ୧୫, ୧୭ ଓ ୨୪ ତାରିଖରୁ ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶର ରାୟଲସୀମା ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡର ସଢ଼େଇକଳାରେ ସର୍ବୋଚ୍ଚ ତାପମାତ୍ରା ୪୫.୧ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଏବଂ କର୍ଣ୍ଣାଟକର ଗୁଲବର୍ଗରେ ୪୩.୮ ଡିଗ୍ରି ସେଲସିୟସ ସହ ତାପମାତ୍ରା ଦ୍ୱିତୀୟ ସ୍ଥାନରେ ରହିଛି।

ଅନ୍ୟପକ୍ଷରେ ମଙ୍ଗଳବାର ଦିଲ୍ଲୀର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ ଛୁଇଁଛି ଏବଂ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହରୁ ମୁକ୍ତି ମିଳିବ ନାହିଁ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ଆକାଶ ଆଂଶିକ ମେଘୁଆ ରହିବା ସହିତ ବଜ୍ରପାତ ସହ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଅନ୍ୟପକ୍ଷରେ ପାଣିପାଗ ବିଭାଗ କହିଛି ଯେ ସମଗ୍ର ଏପ୍ରିଲ-ଜୁନ୍ ଅବଧିରେ ସ୍ୱାଭାବିକ ୪ରୁ ୮ ଦିନ ତୁଳନାରେ ୧୦ରୁ ୨୦ ଦିନ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ମଧ୍ୟପ୍ରଦେଶ, ଗୁଜରାଟ, ଓଡ଼ିଶା, ଆନ୍ଧ୍ରପ୍ରଦେଶ, ମଧ୍ୟ ମହାରାଷ୍ଟ୍ର, ବିଦର୍ଭ, ମରାଠାୱାଡା, ବିହାର ଓ ଝାଡ଼ଖଣ୍ଡରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ