ରାଜନୀତି ରାଜ୍ୟ

୫ଟି ସଚିବଙ୍କ କାରକେଡକୁ ଅଣ୍ଡାମାଡ଼: ପ୍ରତିକ୍ରିୟା ରଖିଲା ଆମ୍ ଆଦମୀ ପାର୍ଟି

ଭୁବନେଶ୍ବର/ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ୫ଟି ସଚିବଙ୍କ କାରକେଡକୁ ଅଣ୍ଡାମାଡ଼ ଘଟଣାରେ ଜଡ଼ିତ କର୍ମୀମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ଆମ୍ ଆଦମୀ ପାର୍ଟି । ଏହି ପ୍ରସଙ୍ଗରେ ଆମ୍ ଆଦମୀ ପାର୍ଟି ଓଡ଼ିଶା ଶାଖା ପ୍ରତିକ୍ରିୟା ରଖି ଫେସବୁକ୍ ପେଜରେ ପୋଷ୍ଟ କରି ଲେଖିଛି ଯେ, କୌଣସି ସମସ୍ୟାର ସମାଧାନ ଦାବି କରିବା ଏବଂ ଗଣତାନ୍ତ୍ରିକ ଉପାୟରେ କରିବା ହେଉଛି ଆପର ବିଚାରଧାରା। ଅଣ୍ଡାମାଡ଼ କରିବା ପାର୍ଟିର ନୀତି ବିରୁଦ୍ଧ କାମ। ଯେଉଁ ଦଳୀୟ କର୍ମୀମାନେ ଏପରି କାର୍ଯ୍ୟରେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସୂଚନାଯୋଗ୍ୟ, ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତକୁ ପୁଣି ଜୋରଦାର ବିରୋଧ କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା କୋଟ ସମଲେଇ-ଉଲୁଣ୍ଡା ରାସ୍ତାରେ ଆମ ଆଦମୀ ପାର୍ଟି ପକ୍ଷରୁ ୫ଟି ସଚିବଙ୍କ କାରକେଡକୁ ଅଣ୍ଡାମାଡ଼ କରାଯାଇଛି। ଏହା ସରକାରୀ ଗସ୍ତ ନୁହେଁ, ବରଂ ଏହା ବିଜେଡି ଦଳର ଗସ୍ତ ବୋଲି ଆମ ଆଦମୀ ପାର୍ଟି ପକ୍ଷରୁ ଅଭିଯୋଗ ହୋଇଛି। ପୂର୍ବରୁ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତକୁ ବିଜେପି ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଇଛି। ଆଜି ୫ଟି ସଚିବ ସୁବର୍ଣ୍ଣପୁର ଗସ୍ତରେ ଯାଇଛନ୍ତି । ସେଠାରେ ସେ ଉଲୁଣ୍ଡା, ବିନିକା, ଡୁଙ୍ଗୁରିପାଲି ଏବଂ ସୋନପୁର ବ୍ଲକର ବିଭିନ୍ନ ସ୍ଥାନକୁ ଗସ୍ତ କରିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର