ରାଜ୍ୟ

୫-ଟି ଅଧ୍ୟକ୍ଷଙ୍କ ଉପରକୁ ଟମାଟୋ ମାଡ କଲେ ବ୍ୟକ୍ତି

ଭୁବନେଶ୍ୱର: ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇଥିବାବେଳେ ସାମନାକୁ ଆସିଛି ଅଭାବନୀୟ ଦୃଶ୍ୟ । ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ କରିଛନ୍ତି ଜଣେ ବ୍ୟକ୍ତି । ତେବେ ଟମାଟୋ ମାଡ ପରେ ବି ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଜନସଭାକୁ ଉଦବୋଧନ ଦେଇଛନ୍ତି ୫-ଟି ଅଧ୍ୟକ୍ଷ । ସେ କହିଛନ୍ତି, ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ । ସେଥିରେ ପରବାୟ ନାହିଁ ।

ଲୋକଙ୍କ ପାଖକୁ ଆସିବେ, ଲୋକଙ୍କ ସେବା କରିଚାଲିବେ । କେବଳ ଏତିକି ନୁହେଁ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ଅନେକ ଲୋକ ଆସିବେ, ମଞ୍ଚ ଉପରେ ଭାଷଣ ଦେଇ ଚାଲିଯିବେ । ଅନ୍ୟପଟେ ଟମାଟୋ ମାରିଥିବା ବ୍ୟକ୍ତି ଜଣଙ୍କ କଂଗ୍ରେସର କର୍ମୀ ବୋଲି କୁହାଯାଉଛି । ତେବେ କଂଗ୍ରେସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ । ଟମାଟୋ ମାରିଥିବା ବ୍ୟକ୍ତିଙ୍କୁ ପୁଲିସ କାବୁ କରିବା ସହ ପଚରାଉଚୁରା କରୁଥିବା ଜଣାପଡିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।