ଅପରାଧ ଦେଶ ବିଦେଶ

୬ ବର୍ଷର ଶିଶୁକୁ ଦୁଷ୍କର୍ମ କଲେ ମୌଳବୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୨୮/୦୭: ଭୟଙ୍କର ଘଟଣା । ୬ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ କଲେ ମୌଳବୀ । ଏପରି ଅଭାବନୀୟ ଘଟଣା ଘଟିଛି ଉତ୍ତର ପ୍ରଦେଶର ସମ୍ଭଲରେ । ପୋଲିସ ଅଭିଯୁକ୍ତ ମୌଳବୀଙ୍କୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁସାରେ, ପ୍ରଥମେ ନାବାଳିକାଙ୍କ ମାଆ ପୋଲିସରେ ଅଭିଯୋଗ କରିଥିଲେ । ସେ କହିଥିଲେ ଯେ, ଅଭିଯୁକ୍ତ ଶିଶୁ ସହ ମଙ୍ଗଳବାର ଦୁଷ୍କର୍ମ କରିଥିଲା । ମସଜିଦ ନିକଟବର୍ତ୍ତୀ ଏକ କୋଠରୀରେ ଶିଶୁଟି ଦୁଷ୍କର୍ମର ଶିକାର ହୋଇଥିଲା ।

ପୋଲିସର କହିବାନୁସାରେ, ବୁଧବାର ଦୁଷ୍କର୍ମ ନେଇ ମାମଲା ରୁଜୁ ହୋଇଥିଲା । ଧାରା ଆଇପିସି 376 ଅନୁସାରେ ତଦନ୍ତ ହେଉଛି । ଶିଶୁଟିକୁ ମେଡିକାଲ ଯାଞ୍ଚ ପାଇଁ ପଠାଯାଇଛି । ଯାହାର ରିପୋର୍ଟ ଆସିନାହିଁ ।

ସମ୍ଭଲ ଥାନା ଅଧିକାରୀ କହିଛନ୍ତି ଯେ, ଅଭିଯୋଗ ପାଇଲା ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତଦନ୍ତ ଜାରି ରହିବା ସହ ଅଭିଯୁକ୍ତକୁ ପଚରାଉଚରା କରାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ