ରାଜ୍ୟ ସ୍ପେଶାଲ ରିପୋର୍ଟ

୭ରେ ନବରଙ୍ଗପୁର ଆସିବେ ମୋଦୀ: ୩ରେ ଆସିବେ ରାହୁଲ

ଭୁବନେଶ୍ବର: ଆସନ୍ତା ୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ମୋଦୀ ନବରଙ୍ଗପୁର ଜନସଭାରେ ସମ୍ବୋଧନ କରିବା ସହ ଏକ ରୋଡ୍‌ ସୋ’ର କାର୍ଯ୍ୟକ୍ରମ ରହିଥିବା ବିଜେପି ସୂତ୍ରରୁ ଜାଣିବାକୁ ମିଳିଛି। ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁରରେ ମେ ୧୩ତାରିଖରେ ମତଦାନ ହେବାକୁ ଥିବାବେଳେ ୧୧ତାରିଖରେ ପ୍ରଚାର ଶେଷ ହେବ। ତେଣୁ ଶେଷ ମୁହୂର୍ତ୍ତରେ ମୋଦୀଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇବାକୁ ଦଳ ନିଷ୍ପତ୍ତି ନେଇଛି। ଏହି କାର୍ଯ୍ୟକ୍ରମରେ ୪ଟି ଯାକ ଲୋକସଭା ଆସନର ପ୍ରାର୍ଥୀ ରହିବେ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସଂସଦୀୟ କ୍ଷେତ୍ର ଅଧୀନସ୍ଥ ୨୧ଟି ଯାକ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ମଞ୍ଚରେ ରହିବେ ବୋଲି ଜଣାପଡ଼ିଛି। ପ୍ରାୟ ୧ଲକ୍ଷ ଲୋକଙ୍କୁ ନେଇ ବିଶାଳ ସମାବେଶ କରିବାକୁ ଦଳ ପକ୍ଷରୁ ପ୍ରସ୍ତୁତି ହୋଇଛି।

ନିର୍ବାଚନ ଘୋଷଣା ହେବା ପରେ ମୋଦୀଙ୍କର ଓଡ଼ିଶାରେ ଏହା ପ୍ରଥମ କାର୍ଯ୍ୟକ୍ରମ ହୋଇଥିବାରୁ ଏଠାରେ ମୋଦୀ କେଉଁଭଳି ପ୍ରଚାର କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନିକଟରେ ଏକ ଟିଭି ସାକ୍ଷାତକାରରେ ମୋଦୀ ରାଜ୍ୟ ସରକାରଙ୍କୁ ଶାଣିତ ଆକ୍ରମଣ କରିବା ସହ ଓଡ଼ିଶାରେ ବିଜେପି ସରକାର ଗଢ଼ିବାକୁ ସୁଯୋଗ ଦେବାକୁ କହିଥି‌େଲ। ତେଣୁ ନବରଙ୍ଗପୁରରେ ମୋଦୀ ସେହି ଶାଣିତ ଆକ୍ରମଣ ଜାରି ରଖୁଛନ୍ତି ନା ଅାହୁରି ଆକ୍ରମଣାତ୍ମକ ପ୍ରଚାର କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର। ସେହିପରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମେ ୪ତାରିଖରେ ଭୁବନେଶ୍ବର ଆସି ଏକ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ରାହୁଲ ଗାନ୍ଧୀ ମେ ୩ରେ ରାୟଗଡ଼ା ଆସୁଥିବାବେଳେ ମେ ୫ କିମ୍ବା ୯ରେ ପ୍ରିୟଙ୍କା ଗାନ୍ଧୀ ନବରଙ୍ଗପୁର ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ବାଜିମାତ୍ କରିବାକୁ ଉଭୟ କଂଗ୍ରେସ ଓ ବିଜେପି ସମସ୍ତ ଉଦ୍ୟମ ଲଗାଉଛନ୍ତି ବୋଲି କୁହାଯାଉଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।