ଅପରାଧ ରାଜ୍ୟ

୮୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୪ ଗିରଫ

ପୁରୀ ୩୧।୧୦ : ପୁରୀରୁ ପୁଣି ବ୍ରାଉନ୍‌ସୁଗାର ଜବତ । ପ୍ରାୟ ୮୦ ଲକ୍ଷ ୯୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଏହାସହିତ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବାସେଳୀ ସାହି ଥାନା ପୋଲିସ ।

ଖବର ଅନୁଯାୟୀ, କୌଣସି ସୁତ୍ରରେ ଖବର ପାଇ ବାସେଳୀ ସାହି ଥାନା ପୋଲିସ ଚଢାଉ କରି ୮୯୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୮୦ ଲକ୍ଷ ୯୦ ହଜାର ଟଙ୍କା ହେବ ବୋଲି ଅନୁମାନ କରାଯାଇଛି । ଏହାସହିତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିମଧ୍ୟରୁ ଦୁଇଜଣ କଲିକତାର ମୁଖ୍ୟ ବ୍ୟବସାୟୀ ଥିବା ବେଳେ ଅନ୍ୟ ଦୁଇଜଣ ଆନ୍ତ ଜିଲ୍ଲା ବ୍ୟବସାୟୀ ବୋଲି ଟୁଇଟର ମାଧ୍ୟମରେ ସୂଚନା ଦେଇଛି ପୁରୀ ପୋଲିସ। ଅପରାହ୍ନ ୪ଟାରେ ବାସେଳୀ ସାହି ଥାନାରେ ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଅତିରିକ୍ତ ଏସପି ମିହିର ପଣ୍ଡା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।