ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ

ବଡ଼ବିଲ: ମଙ୍ଗଳବାର ଅପରାହ୍ଣରେ ହଠାତ୍‌ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଗତକାଲି ବଡ଼ବିଲରେ ଅନୁଷ୍ଠିତ ‘ମାଇନିଙ୍ଗ୍‌ ଏରିଆ ଟ୍ରକ୍‌ ଓନର୍ସ ଆସୋସିଏସନ୍‌’ର ଏକ ବୈଠକରେ ଯୋଗ ଦେଇ ଅପରାହ୍ଣ ୧ଟା ବେଳେ ସେରଣ୍ଡାସ୍ଥିତ ତାଙ୍କ ଆଶ୍ରମକୁ ଫେରିଥିଲେ।

ଅପରାହ୍ଣ ପ୍ରାୟ ୩ଟା ବେଳେ ତାଙ୍କ ଛାତିରେ କଷ୍ଟ ହୋଇଥିଲା ଓ ସେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଚିକିତ୍ସା ନିମନ୍ତେ ତୁରନ୍ତ ତାଙ୍କୁ ନିଜ ଗାଡ଼ିରେ ତାଙ୍କର ବ୍ୟକ୍ତିଗତ ସହକର୍ମୀ ଦମୟନ୍ତୀ ସାମଲ ଯୋଡ଼ାରେ ଥିବା ଟିସ୍କୋ ହସ୍ପିଟାଲ୍‌କୁ ନେଇଥିଲେ।

ସେଠାରେ ଦୁଇଘଣ୍ଟାର ଚିକିତ୍ସା ପରେ ଅଧିକ ଚିକିତ୍ସା ନିମନ୍ତେ ଡାକ୍ତରମାନେ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ଲାଗି ପରାମର୍ଶ ଦେଇଥିଲେ।

ଏହାପରେ ଗତସନ୍ଧ୍ୟାରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ରାଜଧାନୀ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲ୍‌କୁ ନିଆଯାଇଥିଲା। ସମ୍ପ୍ରତି ସେ ଆପୋଲୋ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ