ମେଷ: କାହାରି ମତ ଆପଣଙ୍କ ପାଇଁ ଫଳପ୍ରଦ ସାବ୍ୟସ୍ତ ହେବ। କାମରେ ଅଧିକ ସମୟ ଲାଗିପାରେ। ଆମଦାନି ବୃଦ୍ଧି ଲାଗି ନୂଆ ଯୋଜନା କରିବେ।
ବୃଷ: ବାଲ୍ୟବନ୍ଧୁଙ୍କ ଠାରୁ ଫୋନ ଆସିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେବ। ବାକିଥିବା ସବୁ କାମ ପୂରା କରିବେ। ବ୍ୟବସାୟରେ ନୂଆ ଚୁକ୍ତି ହେବ।
ମିଥୁନ: ଆପଣଙ୍କ ମାନସିକ ସ୍ଥିତି ବହୁତ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଉନ୍ନତି ପାଇଁ କିଛି ନୂଆ ସାଧନ ପାଇବେ। ବିବାଦଠୁଁ ଦୂରରେ ରୁହନ୍ତୁ।
କର୍କଟ: ଆପଣଙ୍କ ଭଲ ବ୍ୟବହାରରେ ଆଖପାଖର ଲୋକେ ଖୁସି ରହିବେ। ସମାଜରେ ଆପଣଙ୍କୁ ଉଚିତ ଆଦର ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ଆପଣ ଆଗୁଆ ରହିବେ।
ସିଂହ: ବ୍ୟବସାୟରେ ବକେୟା ପଇସା ମିଳିବାର ସମ୍ଭାବନା ଅଛି। ଅଫିସରେ ପରିବେଶ ମିଶ୍ରିତ ରହିବ। କୌଣସି ସହକର୍ମୀଙ୍କ ସହ କଥା କଟାକଟି ହୋଇପାରେ।
କନ୍ୟା: ଆପଣଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ମିଳିବ। ଜୀବିକାରେ କିଛି ପରିବର୍ତ୍ତନ ହୋଇପାରେ। ଆପଣଙ୍କ କ୍ୟାରିୟରରେ ବହୁତ ଭଲ ସୁଯୋଗ ମିଳିବ।
ତୁଳା: ଘରେ କୌଣସି ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ପ୍ରଭାବ ବଢ଼ିବ।
ବିଛା: ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ। କୋର୍ଟ ସମ୍ବନ୍ଧୀୟ କାମରେ ବରିଷ୍ଠ ସହଯୋଗ କରିବେ। ପରିବାର କାମରେ ଆପଣଙ୍କୁ ଅଧିକ ଯା’ଆସ କରିବାକୁ ପଡ଼ିପାରେ।
ଧନୁ: ନିଜକୁ ଶକ୍ତିବାନ ଅନୁଭବ କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ। ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ। ବୈବାହିକ ଜୀବନ ସୁଖକର ହେବ।
ମକର: ବ୍ୟବସାୟ କ୍ଷେତ୍ରରେ କିଛି ନୂଆ ଲୋକଙ୍କ ସାହାଯ୍ୟ ପାଇବେ। ନିଜକୁ ଠିକ୍ ସାବ୍ୟସ୍ତ କରିବାରେ ସଫଳ ହେବେ। ସମାଜରେ ମାନ ସମ୍ମାନ ବଢ଼ିବ।
କୁମ୍ଭ: କିଛି ଭଲ ଲୋକଙ୍କ ସହ ସାକ୍ଷାତ ହେବ। ସ୍ବାସ୍ଥ୍ୟ ଭଲ ରହିବ। ନୂଆ କାରବାରରେ ପାଣ୍ଠି ଲଗାଇବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ।
ମୀନ: ଚାକିରିରେ ନୂଆ ପ୍ରକଳ୍ପର ଦାୟିତ୍ବ ମିଳିବ। କାମରେ ଅତ୍ୟଧିକ ଆତ୍ମବିଶ୍ବାସୀ ହେଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରୁହନ୍ତୁ। ଘରକୁ ବନ୍ଧୁଙ୍କ ଯିବାଆସିବା ଲାଗି ରହିବ।
Trending
- ନବ ଦାସ ହତ୍ୟା ତଦନ୍ତ: ୯ ଦିନ ବିତିଲା, ସତ ବାହାରୁନି
- ପୂର୍ବତଟ ରେଳପଥ ଦ୍ୱାରା ରେକର୍ଡ ପଣ୍ୟ ବୋଝେଇ, ୩୧୦ ଦିନରେ ୨୦୦ ନିୟୁତ ଟନ୍
- କୌଣସି ଚାଷୀଙ୍କ ଆୟ ଦୁଇଗୁଣା ହୋଇନାହିଁ
- ‘ମୋ ସ୍କୁଲ୍ ଅଭିଯାନ’ ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ: ବ୍ୟାପକ ହେବ କୋଡିଂ ଶିକ୍ଷା
- ନବଙ୍କ ହତ୍ୟା ପଛରେ ଉପକୂଳ ଓଡ଼ିଶାର ଜଣେ ନେତା ଅଛନ୍ତି: ସୁବାସ ପାଣିଗ୍ରାହୀ
- ଧାନ କିଣା ବିକାରେ ଅଚଳାବସ୍ଥା, ଚାଷୀଙ୍କୁ ମିଳୁନି ଧାନ ଟଙ୍କା
- ୧୧ଟି ଜେଲ୍ର ୬୦ ଜଣ କଏଦୀ ଦେବେ ମାଟ୍ରିକ ପରୀକ୍ଷା
- ୨୦% ଇଥାନଲ୍ ମିଶା ପେଟ୍ରୋଲ୍ ବିକ୍ରି ଆରମ୍ଭ, ଓଡ଼ିଶାରେ ଏବେ ମିଳିବନି
Tuesday, February 7