ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୦୫୨ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧୦.୭ ନିୟୁତ ଟପିଲା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୩,୦୫୨ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସଂକ୍ରମଣସଂଖ୍ୟା ୧୦.୭ ନିୟୁତ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୦୫୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୪୬,୧୮୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୨୭୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪, ୮୦୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୪,୨୩,୧୨୩।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୬୮,୭୮୪ରେ ପହଞ୍ଚିଛି। କ୍ରମାଗତ ୧୨ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟାନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୬.୯୯%, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ଆକ୍ରାନ୍ତସଂଖ୍ୟାର ୧.୫୭% ଏବଂ ମୃତ୍ୟୁହାର ୧.୪୪% ରହିଛି।

ସେହିଭଳି, ଜାନୁଆରି ୩୦ ସୁଦ୍ଧା ଦେଶରେ ସମୁଦାୟ ୩୭,୪୪,୩୦୭ ସ୍ୱାସ୍ଥ୍ୟକର୍ମୀଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।

ସୂଚନାଯୋଗ୍ୟ, ଭାରତରେ କୋଭିଡ୍‌-୧୯ର ପ୍ରଥମ ମାମଲା ଚିହ୍ନଟ ହେବାର ବର୍ଷକ ପରେ ସମ୍ପ୍ରତି ଏହି ମାରାତ୍ମକ ସଂକ୍ରମଣଜନିତ ମୃତ୍ୟୁ କ୍ଷେତ୍ରରେ ବିଶ୍ୱର ୪ର୍ଥ ସ୍ଥାନକୁ ଖସି ଆସିଛି ଭାରତ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ