ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

ଆସନ୍ତା ୩ ଦିନ ରା‌ଜ୍ୟରେ ଶୀତ ଲହରି

ଭୁବନେଶ୍ବର : ଜାନୁଆରି ସାରା ଲୁଚକାଳି ଖେଳିବା ପରେ ରାଜ୍ୟକୁ ଏବେ ଶୀତ ଲେଉଟିଛି। ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଥଣ୍ଡା ଓ ଶୁଷ୍କ ପବନ ପ୍ରବାହିତ ହେବା ଫଳରେ ରାଜ୍ୟରେ ଶୀତ ବଢ଼ିଛି। ଆଗକୁ ଆହୁରି ବଢ଼ିବ। ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ସମେତ ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରି ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୩ ଦିନ ରାଜ୍ୟରେ ଶୀତ ଲହରି ପ୍ରବାହିତ ହେବ। ଏହାକୁ ଦୃଷ୍ଟି‌ରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲା ଯଥା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ସର୍ବନିମ୍ନ ରାତ୍ରି ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୫ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଥିବା ବେଳେ ଉପକୂଳରେ ୨ରୁ ୪ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିବାର ସମ୍ଭାବନା ରହୁଛି। ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରକୋପ ରହିବ। ଆଜି ସକାଳେ ଭୁବନେଶ୍ବରରେ ୧୬.୮ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକଠାରେ ୧୪.୫ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତାକାଲି ସକାଳେ ଦ୍ବୈତନଗରୀରେ ହାଲ୍‌କା କୁହୁଡ଼ି ଦେଖିବାକୁ ମିଳିବ। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ପାଗ ମୁଖ୍ୟତଃ ଭାବେ ଶୁଖିଲା ରହିଛି। ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ୭.୮ ଡିଗ୍ରି ଝାରସୁଗୁଡ଼ାଠାରେ ‌ରେକର୍ଡ ହୋଇଛି।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ