ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଛାତ୍ରଛାତ୍ରୀଙ୍କୁ ଆଶ୍ବସ୍ତି, ଘୁଞ୍ଚିଲା ମାଟ୍ରିକ ଫର୍ମ ଫିଲପ୍ ଅବଧି

କଟକ ୦୩/୦୧: ଘୁଞ୍ଚିଲା ମାଟ୍ରିକ୍‌ ପରୀକ୍ଷା ଫର୍ମ ଫିଲପ୍‌ ଅବଧି। ୨୦୨୧ ମସିହା ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫେବୃଆରୀ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚିଲା ଫର୍ମ ପୁରଣ ଅବଧି । ୧୦ ତାରିଖ ମଧ୍ୟ ରାତ୍ର ଯାଏ ଫର୍ମ ପୁରଣ କରି ପାରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ।

ବୁଧବାର ଥିଲା ଫର୍ମ ପୁରଣର ଶେଷ ତାରିଖ। ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା, ଓପନ ସ୍କୁଲ ପରୀକ୍ଷା ଓ ପତ୍ର ବିନିମୟ ପାଠ୍ୟକ୍ରମ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଫେବୃଆରୀ ୧୦କୁ ଘଞ୍ଚିଛି ।ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଫେବୃଆରୀ ୮ରୁ ନବମ ଓ ଏକାଦଶ ଶ୍ରେଣୀରେ ପାଠପଢ଼ା ଆରମ୍ଭ ହେବ। ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ସ୍କୁଲ୍‌କୁ ଆସିବେ। ତେବେ ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏସଓପି ଜାରି କରାଯାଇଛି। ସେପଟେ ମାଟ୍ରିକ୍‌ ପରୀକ୍ଷା ମେ’୩ରୁ ୧୫ ଯାଏ ହେବ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି