ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାକୁ ଥରାଇବ ଶୀତ ଲହରୀ

ଭୁବନେଶ୍ୱର: ରାଜ୍ୟରେ ଗତ ୩ ଦିନ ଧରି ଜାରି ରହିଥିବା ଶୀତ ଲହରୀ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଜାରି ରହିବ। ସଂପ୍ରତି ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଶୁଷ୍କ ଓ ଥଣ୍ଡା ପବନ ପ୍ରବାହିତ ହେଉଥିବା କାରଣରୁ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଫଳରେ ଗତ ୩ ଦିନ ହେଲା ରାଜ୍ୟରେ ଶୀତ ପ୍ରକୋପ ବଢ଼ିବା ସହ ଅନେକ ସ୍ଥାନରେ ପାରଦ ୧୦ ଡିଗ୍ରି ତଳକୁ ଖସି ଯାଇଛି। ଫୁଲବାଣୀର ରାତ୍ରି ତାପମାତ୍ରା ପୁଣି ଥରେ ୫ ଡିଗ୍ରି ତଳକୁ ଖସି ୪.୫ ଡିଗ୍ରିରେ ପହଞ୍ଚିଛି। ଏଥିସହ ଅଧିକାଂଶ ସ୍ଥାନର ସର୍ବନିମ୍ନ ରାତ୍ରି ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସି ଯାଇଛି। ଏଭଳି ସ୍ଥିତି ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଜି ଅପରାହ୍ନରେ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ଶୀତ ଲହରୀ ପ୍ରଭାବିତ ହେବା ସହ ରାତ୍ରିର ପାରଦ ୧୦ ଡିଗ୍ରି ତଳକୁ ଖସି ଯିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

କେନ୍ଦ୍ରର ସୂଚନା ମୁତାବକ, ଉତ୍ତରା ଥଣ୍ଡା ପବନର ପ୍ରବାହ ମୁଖ୍ୟତଃ ଆଭ୍ୟନ୍ତର ଓଡ଼ିଶାରେ ଅଧିକ ରହିଥିବାରୁ ସେଠାରେ ଶୀତ ଲହରି ପରିସ୍ଥିତି ସୃଷ୍ଟି ହୋଇଛି। ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ