କଳା ଓ ସଂସ୍କୃତି ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ପେଶାଲ ରିପୋର୍ଟ

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଶ୍ରୀଜଗନ୍ନାଥଙ୍କ ବିକାଶ କାର୍ଯ୍ୟକୁ କେହି ରୋକି ପାରିବେନି’

ପୁରୀ ୮।୨: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ।ଶ୍ରୀଜିଉଙ୍କୁ ଦର୍ଶନ କରିସାରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି କୋଭିଡ୍ ମହାମାରୀ ପରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲି । ଶ୍ରୀମନ୍ଦିର ବିକାଶରେ ଜଡିତ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ।

ପୁରୀରେ କେନ୍ଦ୍ରକୁ କଡା ସନ୍ଦେଶ ଦେଇଛନ୍ତି ନବୀନ । ଶ୍ରୀମନ୍ଦିରକୁ ନେଇ ପ୍ରସ୍ତାବିତ ବାଇ ଲ’ ସଂପୂର୍ଣ୍ଣ ଅବାସ୍ତବ । ଏହା ତୁରନ୍ତ ପ୍ରତ୍ୟାହାର ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶ୍ରୀଜଗନ୍ନାଥଙ୍କ ବିକାଶ କାମକୁ କେହି ରୋକି ପାରିବେନି ବୋଲି ନବୀନ କହିଛନ୍ତି ।

ପୁରୀ ଗସ୍ତରେ ଯିବା ପୂର୍ବରୁ ଟ୍ବିଟ୍ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ବିଟ୍ ରେ ମୁଖ୍ୟମନ୍ତ୍ରୀ ଲେଖିଥିଲେ, ‘କୋଭିଡ୍ କଟକଣା ମଧ୍ୟରେ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବା ପରେ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ ନେଇ ମୁଁ ଉତ୍ସାହିତ । ସବୁ ତାଙ୍କରି ଇଚ୍ଛା । ଜୟ ଜଗନ୍ନାଥ।’

ମୁଖ୍ୟମନ୍ତ୍ରୀ ଶେଷ ଥର ପାଇଁ ଗତ ବର୍ଷ ଅକ୍ଟୋବର ମାସ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତରେ ଯାଇଥିଲେ । ପୁରୀର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶ୍ବ ହେରିଟେଜ୍ କରିଡର କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଗସ୍ତ କରିଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,