ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ପୁଣେରେ ଆସନ୍ତାକାଲିଠାରୁ ରାତି ୧୧ଟାରୁ ସକାଳ ୬ଟା ଯାଏ ହେବ ନାଇଟ କର୍ଫ୍ୟୁ, ଫେବ୍ରୁଆରି ୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ

ପୁଣେ: କୋଭିଡ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ପୁଣି ଫେରିଲା ନାଇଟ କର୍ଫ୍ୟୁ । ପୁଣେରେ ଆସନ୍ତାକାଲିଠାରୁ ଜାରି ହେବ ନାଇଟ କର୍ଫ୍ୟୁ । ଆସନ୍ତାକାଲିଠାରୁ ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି ରହିବ । କେବଳ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯିବ । ସେହିପରି ପୁଣେରେ ଫେବ୍ରୁଆରି ୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ ରହିବ । କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ।

ସେପଟେ ଦେଶର ମୋଟ କରୋନା ସକ୍ରିୟ ସଂକ୍ରମିତଙ୍କ ମଧ୍ୟରୁ କେବଳ କେରଳ ଓ ମହାରାଷ୍ଟ୍ରର ୭୪ ପ୍ରତିଶତ ସଂକ୍ରମିତ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପଞ୍ଜାବ ସହ ଜମ୍ମୁ-କଶ୍ମୀରରେ ମଧ୍ୟ ପଜିଟିଭ ମାମଲା ଅଚାନକ ବଢିବାରେ ଲାଗିଛି । ଏପଟେ ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୧୪ ହଜାର ୨୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ସାରା ଦେଶରେ କରୋନା ୯୦ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୬୭ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟ ୧ କୋଟି ୯ ଲକ୍ଷ ୯୧ ହଜାର ୬୫୧ ଛୁଇଁଥିବା ବେଳେ ସୁସ୍ଥ ହୋଇଛନ୍ତି ୧ କୋଟି ୬ ଲକ୍ଷ ୮୯ ହଜାର ୭୧୫ ଜଣ । ଏଯାଏଁ କରୋନା ୧ ଲକ୍ଷ ୫୬ ହଜାର ୩୦୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇସାରିଛି । ଦେଶରେ ଏବେ ୧ ଲକ୍ଷ ୪୫ ହଜାର ୬୩୪ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ