ଭୁବନେଶ୍ବର ୩।୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୪୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩୮୩୧୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।