ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟ‌ରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୭୦୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୭୫ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାବ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୬ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ଜଣେ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୬, ସମ୍ବଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ