ଭୁବନେଶ୍ବର: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୯୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।
ଆଜି ସମ୍ବଲପୁରରୁ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩ଜଣ, ବାଲେଶ୍ବରରୁ ୧୨ଜଣ, ଖୋର୍ଧାରୁ ୧୧ଜଣ, ଭଦ୍ରକରୁ ୯ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ୪ଜଣ, ରାୟଗଡ଼ାରୁ ୪ଜଣ, କେନ୍ଦୁଝରରୁ ୩ଜଣ, ମୟୁରଭଞ୍ଜରୁ ୩ଜଣ, ପୁରୀରୁ ୩ଜଣ, ଦେବଗଡ଼ରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଅନୁଗୁଳରୁ ଜଣେ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ଜଣେ, କଳାହାଣ୍ଡିରୁ ଜଣେ, ସୁବର୍ଣ୍ଣପୁରରୁ ଜଣେ ଓ ଷ୍ଟେଟପୁଲ ଦୁଇଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛନ୍ତି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ୩୩୫୬୬୦ଜଣ କରୋନା ଆକ୍ରାନ୍ତ ଏଯାବତ ସୁସ୍ଥ ହୋଇଛନ୍ତି।