କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ମହାପ୍ରଭୁଙ୍କୁ ଦର୍ଶନ କରିବେ ମହାମହିମ : କୋଭିଡ଼ କଟକଣାରେ ସବୁ ବ୍ୟବସ୍ଥା, ପଣ୍ଡା-ସେବାୟତଙ୍କ ସହ ସବୁ ଅଧିକାରୀଙ୍କ ହେବ କରୋନା ଟେଷ୍ଟ

ପୁରୀ ୧୮।୦୩: ଆସନ୍ତା ୨୨ ତାରିଖରେ ପୁରୀ ଶ୍ରୀମନ୍ଦିର ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋଭିନ୍ଦ। ସେଥିପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି । ମଧ୍ୟାହ୍ନ ୧୨ ଟାରୁ ୧ଟା ମଧ୍ୟରେ ରାଷ୍ଟ୍ରପତି ଶ୍ରୀମନ୍ଦିର ରତ୍ନସିଂହାସନ ନିକଟକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯିବ।

ସମ୍ପୂର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତି ଭବନର ସୁପାରିଶ ଆଧାରରେ ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡାଙ୍କୁ ରାଷ୍ଟ୍ରପତିଙ୍କ ସହ ଯିବାର ଅନୁମତି ମିଳିବ । ରାଷ୍ଟ୍ରପତିଙ୍କ ସାଙ୍ଗରେ ଯିବାକୁ ଥିବା ସମସ୍ତ ଅନୁଗାମୀ, ଅଧିକାରୀ ଓ ସେବାୟତ ମାନଙ୍କର କୋଭିଡ୍ ଟେଷ୍ଟ କରାଯିବ। ଗତ ୨୦୧୮ ମସିହା ମାର୍ଚ୍ଚ ୧୮ ତାରିଖରେ ପ୍ରଥମଥର ପାଇଁ ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଆସିଥିବା ବେଳେ ଏହା ତାଙ୍କର ଦ୍ବିତୀୟ ଗସ୍ତ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,