ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଶରଣକୁଳରେ ବାଇକ ଦୁର୍ଘଟଣା: ୩ ମୃତ, ୨ ଗୁରୁତର

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଅଞ୍ଚଳରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି।
ମିଳିଥିବା ଖବର ଅନୁଯାୟୀ ଜଗନ୍ନାଥପୁର ଗ୍ରାମର ମନୁ ନାୟକ ଏବଂ କୃଷ୍ଣଚନ୍ଦ୍ର ନାୟକ ଗୋଟିଏ ବାଇକରେ ଯାଉଥିବା ବେଳେ ଅନ୍ୟ ଏକ ବାଇକରେ ପଥରକଟା ଗ୍ରାମର ୩ ଜଣ ଆସୁଥିଲେ । ବାଇକ ମୁହାଁମୁହିଁ ହେବା ଫଳରେ ମନୁ ନାୟକ, କୃଷ୍ଣଚନ୍ଦ୍ର ନାୟକ ଏବଂ ପଥରକଟା ଗ୍ରାମର ଶ୍ୟାମ ସୁନ୍ଦର ସେଠୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନ୍ୟ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରାଯାଇଛି।
ଏଠାରେ ପ୍ରକାଶଯୋଗ୍ୟ ଯେ, ଗତ କିଛି ମାସ ତଳେ ଶରଣକୂଳଠାରେ ଏହ ହାଇୱା ଧକ୍କାରେ ୬ ଜଣଙ୍କ ଜୀବନ ଯାଇଥିବା ବେଳେ ଗତକାଲି ଜଗନ୍ନାଥପୁର ତଥା ଶରଣକୁଳ ଏସଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଘଟିଥିବା ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ବାତାବରଣ ଖେଳାଇଦେଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ