କଳା ଓ ସଂସ୍କୃତି ଦେଶ ବିଦେଶ ରାଜନୀତି ରାଜ୍ୟ

ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ ୨୨।୩: ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରତ୍ନସିଂହାସନ ନିକଟରେ ରାଷ୍ଟ୍ରପତି ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ତାଙ୍କ ଧର୍ମପତ୍ନୀ ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । କୌଳିକ ସେବାୟତ ରାଷ୍ଟ୍ରପତିଙ୍କୁ ନେଇ ମହାପ୍ରଭୁଙ୍କ ଦର୍ଶନ କରାଇଥିଲେ । ଶ୍ରୀମନ୍ଦିର ଭିତରେ ମା’ ବିମଳା ଓ ଲକ୍ଷ୍ମୀଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି । ନିଜ ଦରମାରୁ ଲକ୍ଷେ ଟଙ୍କାର ସମର୍ପଣ ନିଧି ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଲକ୍ଷେ ଟଙ୍କାର ଚେକ୍ ଦେଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ମହାପ୍ରଭୁଙ୍କ ଫଟୋ ଚିତ୍ର ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯାଇଥିଲା । ରାଷ୍ଟ୍ରପତିଙ୍କ ସହ ଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେନା ହେଲିକାପ୍ଟର ଯୋଗେ ପୁରୀ ତାଳବଣିଆଠାରେ ସକାଳ ୮ଟା ୪୫ରେ ପହଞ୍ଚିଥିଲେ ରାଷ୍ଟ୍ରପତି ।


ସେଠାରୁ‍ କାର୍ ଯୋଗେ କଡା ସୁରକ୍ଷା ମଧ୍ୟରେ ଭିଆଇପି ରୋଡ୍ ଓ ବଡଦାଣ୍ଡ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିଲେ । ସିଂହଦ୍ବାର ନିକଟରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିର ମଧ୍ୟକୁ ପାଛୋଟି ନେଇଥିଲେ। ରାଷ୍ଟ୍ରପତିଙ୍କ ଗସ୍ତା ପାଇଁ ସକାଳ ୮ଟାରୁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ଶ୍ରୀମନ୍ଦିରରେ କେବଳ ପାଳିଆ ସେବକ, ମନ୍ଦିର କର୍ମଚାରୀ ଓ ସୁରକ୍ଷାକର୍ମୀଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,