ଦେଶ ବିଦେଶ ସ୍ୱାସ୍ଥ୍ୟ

ଦେଶରେ କରୋନା କାୟା : ୨୪ ଘଣ୍ଟାରେ ୪୦ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ, ୧୯୯ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ ୨୩/୦୩ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାର ୭୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୭୮୫ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ୧୯୯ ଜଣଙ୍କା ମୃତ୍ୟୁ ଘଟିଛି ।

ଦେଶରେ ମାର୍ଚ୍ଚ ୧୫ ଠାରୁ ଲାଗାତାର ଭାବେ ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ଦେଶରେ ୩ ଲକ୍ଷ ୪୫ ହଜାର ୩୭୭ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ଏକ କୋଟି ୧୬ ଲକ୍ଷ ୮୬ ହଜାର ୭୯୬ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ​‌ଏକ​‌ କୋଟି ୧୧ ଲକ୍ଷ ୮୧ ହଜାର ୨୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ଏବଂ ଏକ ଲକ୍ଷ ୬୦ ହଜାର ୧୬୬ ଜଣଙ୍କ ମୃତ୍ୟୁ ହୋଇସାରିଛି ।

ସେହିଭଳି ଦେଶ​‌ରେ ଟୀକାକରଣ ମଧ୍ୟ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ୪ କୋଟି ୮୪ ଳକ୍ଷ ୯୪ ହଜାର ୫୯୪ ଜଣଙ୍କୁ ଭ୍ୟାକସିନ୍‌ ଦିଆସରିଛି । ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ ଓ ପଞ୍ଜାବରେ କରୋନା ସଂକ୍ରମଣ ଦ୍ରୁତ ଗତି​‌ରେ ବୃଦ୍ଧି ପାଇବାରେ ଲାଗିଛି । ସୁରକ୍ଷା ଦୃଷ୍ଟିରୁ ଏହି ପ୍ରମୁଖ ରାଜ୍ୟମାନଙ୍କ କିଛି ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ମଧ୍ୟ ଲାଗୁ କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ