ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

କରୋନା ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ବୈଠକ: ସାମିଲ ହେବେନି ମମତା

ନୂଆଦିଲ୍ଲୀ ୦୮/୦୪ : ଦେଶରେ କରୋନା ମହାମାରୀ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା ଲଗାତାର ବଢ଼ିବାରେ ଲାଗିଛି। କରୋନା ମହାମାରୀ ବିପଦ ବଢ଼ିବାରେ ଲାଗିଥିବା ବେଳେ କିଛି ନେତା ରାଜନୀତି କରିବାରେ ବ୍ୟସ୍ତ ଅଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସନ୍ଧ୍ୟାରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ଡାକିଛନ୍ତି। କରୋନା ସ୍ଥିତି ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ମୋଦି ଆଲୋଚନା କରିବେ। କିନ୍ତୁ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମିଲ ହେବେନାହିଁ। ବୈଠକରେ ବଙ୍ଗଳାର ମୁଖ୍ୟ ସଚିବ ଅଲାପନ ବଙ୍ଗୋପାଧ୍ୟାୟ ପ୍ରତିନିଧିତ୍ବ କରିବେ।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାରରେ ବ୍ୟସ୍ତ ଥିବା କାରଣରୁ ମମତା ବାନାର୍ଜୀ ବୈଠକରେ ସାମିଲ ହେବେନାହିଁ ବୋଲି କୁହାଯାଉଛି। ଏହା ପୂର୍ବରୁ ମଧ୍ୟ କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ମମତା ସାମିଲ ହୋଇନଥିଲେ।

ବର୍ତ୍ତମାନ ଦେଶରେ କରୋନା ସ୍ଥିତି ନେଇ ମୋଦି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଅଧିକାରୀଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିବେ। ଦୁଇ ଦିନ ପୂର୍ବରୁ ମୋଦି କରୋନା ରିଭ୍ୟୁ ମିଟିଂ କରିଥିଲେ। ଏଥିରେ କରୋନା ସଂକ୍ରମଣ ରୋକିବାକୁ ସେ ଅଧିକାରୀଙ୍କୁ ଦୃଢ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ବିଶେଷ କରି କିଛି ରାଜ୍ୟରେ ଲଗାତାର ନୂଆ ମାମଲା ସାମ୍ନାକୁ ଆସୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅନୁଯାୟୀ, ଦେଶର ୧୨ ରାଜ୍ୟରେ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢି ଚାଲିଛି ଏବଂ ସଂକ୍ରମଣରେ ଲୋକଙ୍କ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏହି ରାଜ୍ୟଗୁଡିକ ହେଲା ମହାରାଷ୍ଟ୍ର, ଛତିଶଗଡ଼, କର୍ଣ୍ଣାଟକ, ପଞ୍ଜାବ, ଗୁଜରାଟ, ମଧ୍ୟପ୍ରଦେଶ, ନୂଆଦିଲ୍ଲୀ, ତାମିଲନାଡୁ, ହରିୟାଣା, ରାଜସ୍ଥାନ, ଉତ୍ତର ପ୍ରଦେଶ ଓ କେରଳ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର