ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିବାକୁ ବାଲେଶ୍ୱରରେ ପହଞ୍ଚିଲେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ ଓ ପୂର୍ତ୍ତ ସଚିବ

ବାଲେଶ୍ବର: ଆଜି ସକାଳେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତରେ ଆସିଛନ୍ତି। ସଚିବମାନେ ସକାଳ ୭ଟା ୪୦ମିନିଟ ସମୟରେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରର ପୁଲିସ ପରେଡ୍‌ ପଡ଼ିଆରେ ଓହ୍ଲାଇଥିଲେ। ୩ ସଚିବଙ୍କୁ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ାସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଛନ୍ତି। ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିବେ।

ଏହାପରେ ବାଲେଶ୍ବର ସହର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫-ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିବେ। ସମୀକ୍ଷା ପରେ ୯ଟା ୧୫ ମିନିଟରେ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସମ୍ବୋଧିତ କରିବେ। ଏହାପରେ ୯ଟା ୪୫ରେ ପୁଣି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ