ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମାଷ୍ଟରକ୍ୟାଣ୍ଟିନରେ ଯୁକ୍ତ ଦୁଇ ପରୀକ୍ଷା ବାତିଲ୍‌ ଦାବି କରି ବିକ୍ଷୋଭ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

ଭୁବନେଶ୍ବର: ଦଶମ ଶ୍ରେଣୀ ପରୀକ୍ଷା ବାତିଲ ପରେ ସମାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ଭୁବନେଶ୍ୱରରର ମାଷ୍ଟରକ୍ୟାଣ୍ଟିନରେ ଏକାଧିକ କଲେଜର ଛାତ୍ରଛାତ୍ରୀ ବିକ୍ଷୋଭ କରିବା ସହ ପରୀକ୍ଷା ବାତିଲ ପାଇଁ ଦାବି କରିଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଯେମିତି ଦଶମ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଛି ସେମିତି ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବା ପାଇଁ ଦାବି କରିଛନ୍ତି ଛାତ୍ରଛାତ୍ରୀ ।

ଅନ୍ୟପଟେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି, ‘ଯୁକ୍ତ ଦୁଇ ପରୀକ୍ଷା ସମ୍ପର୍କରେ ବର୍ତ୍ତମାନ ନିଷ୍ପତ୍ତି ନିଆଯାଇ ନାହିଁ । ଜୁନ୍ ମାସର ପ୍ରଥମ ସପ୍ତାହରେ ସେତେବେଳେ ସ୍ଥିତିକୁ ନଜରରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମରେ ଆଗକୁ କାର୍ଯ୍ୟ କରାଯିବ।’ ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନେ ଅତି ବ୍ୟସ୍ତ ନହୋଇ ଅପେକ୍ଷା କରି ଅଧ୍ୟୟନ ଉପରେ ଧାନ ଦେବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି