କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ ଯଶୋବନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: କରୋନାରେ ସଂକ୍ରମିତ ହୋଇଥିଲେ ଯଶୋବନ୍ତ

ଭୁବନେଶ୍ବର: ପିତାଙ୍କ ପଛେ ପଛେ ଚାଲିଗଲେ ଦୁଇ ପୁଅ। ଏଭଳି ଦାରୁଣ ଦୁଃଖ ଦେଲା କଠୋର କରୋନା । ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କୁ ମହାମାରୀ କରୋନା ଛଡ଼ାଇ ନେବାର ଦୁଃଖକୁ ଓଡ଼ିଶାବାସୀ ଭୁଲି ନଥିଲା ବେଳେ ବଡ଼ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ବିୟୋଗ ଘଟିଛି।

ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ ଗୋଟାଏ ସମୟରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ବର୍ଷ ବୟସ ହୋଇଥିଲା । ବିଧିର ଏହି କ୍ରୂର ବିଧାନକୁ କେହି ଯେମିତି ସହଜରେ ବିଶ୍ବାସ କରିପାରୁନାହାନ୍ତି । ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସରେ ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,