ଭୁବନେଶ୍ବର ୬।୧୧: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ମୟୁରଭଞ୍ଜ, ବରଗଡ ଜିଲ୍ଲାରୁ ୨ଜଣ ଲେଖାଏଁ, କଟକ, ମାଲକାନଗିରି, ବଲାଙ୍ଗୀର, ପୁରୀ ଏବଂ ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୮୭୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୩୫୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୮୩୮୧୨୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।