ଦେଶ ବିଦେଶ ସ୍ୱାସ୍ଥ୍ୟ

ବଢ଼ିଲା ସଂକ୍ରମଣ: ଦେଶରେ ୨୪ଘଣ୍ଟାରେ ୪୧,୧୯୫ କରୋନା ସଂକ୍ରମିତ ଚିହ୍ନଟ, ୪୯୦ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ୁଛି କରୋନା ସଂକ୍ରମଣ। ଗତକାଲି ସଂକ୍ରମଣ ୩୫,୦୦୦ପାର କରିଥିବା ବେଳେ ଆଜି ସଂକ୍ରମଣ ୪୦,୦୦୦ପାର କରିଛି। ଏହା ସହ ମୃତ୍ୟୁସଂଖ୍ୟା ୫୦୦ପାଖାପାଖି ପହଞ୍ଚିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୧୯୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୦,୭୭,୭୦୬ ଓ ମୃତ୍ୟୁସଂଖ୍ୟା ୪,୨୯,୬୬୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୦୬୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୨,୬୦,୦୫୦ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୮୭,୯୮୭।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୪୪,୧୯,୬୨୭ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୨,୩୬,୭୧,୦୧୯ ଜଣଙ୍କୁ ଟିକା ଦିଆଯାଇସାରିଛି। କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଟିକାକରଣ ଏକମାତ୍ର ବାଟ ବୋଲି ଜାଣି ସରକାର ଏବେ ଟିକାକରଣଙ୍କୁ ଜୋରଦାର କରିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ