ଦେଶ ବିଦେଶ ସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩,୫୨୯ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୧୧

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ସାଢ଼େ ୨୩ ହଜାର ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସ୍ବଳ୍ପ ଅଧିକ ରହିଛି।


କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୩,୫୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୧୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୩୯,୯୮୦ ଓ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୭୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୧୪,୮୯୮ରେ ପହଞ୍ଚିଛି। ­­­­­

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୭,୦୨୦।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୮,୩୪,୭୦,୫୭୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୫,୩୪,୩୦୬ ଡୋଜ୍‌ ଟିକା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ