ରାଜ୍ୟ ସ୍ୱାସ୍ଥ୍ୟ

ଦେଶରେ କରୋନା ସଂକ୍ରମଣ ବଢିବା ପରେ ଓଡ଼ିଶାର ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଲେ ସିବିକେ ମହାନ୍ତି

ଭୁବନେଶ୍ବର: ଦେଶରେ ଏବେ କରୋନା ସଂକ୍ରମଣ ସେତେ ଅଧିକ ନଥିଲେ ବି କିଛି କିଛି ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖାଯାଉଛିି। ଏହାକୁ ଆଖି ଆଗରେ ରଖି ଆଜି ଓଡ଼ିଶାର ସ୍ଥିତି କିଭଳି ରହିଛି, ସେନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି। ଓଡ଼ିଶାରେ ଏବେ ସଂକ୍ରମଣ ସ୍ଥିର ଥିବା ବେଳେ ଏହାକୁ କମ କରିବା ପାଇଁ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପଡ଼ିବ ବୋଲି ସିବିକେ ମହାନ୍ତି କହିଛନ୍ତି।

ତାଙ୍କ କହିବା ମୁତାବକ, ଗଲା ୭ ଦିନ ଭିତରେ ରାଜ୍ୟରେ ସଂକ୍ରମଣ ୪୦୦ରୁ ୬୦୦ଭିତରେ ରହୁଛି। ଦେଶରେ ସଂକ୍ରମଣ ବଢିବାର ମୁଖ୍ୟତଃ ଦୁଇଟି କାରଣ ହୋଇପାରେ। ଗୋଟେ ହେଲା ଲୋକମାନେ କିପରି ନିୟମ ମାନୁଛନ୍ତି ଓ ଆଉ ଗୋଟେ ହେଲା ଭୂତାଣୁର ଗୁଣସୂତ୍ର ପରିବର୍ତ୍ତନ ହେବା। ତେବେ ବିଶ୍ବର କିଛି ଦେଶରେ ସଂକ୍ରମଣ ବଢିଥିଲେ ବି ଓଡ଼ିଶାରେରେ ସଂକ୍ରମଣ ସ୍ଥିର ରହିଛି। ଯେ ପର୍ଯ୍ୟନ୍ତ କରୋନା ପୂର୍ଣ୍ଣ ରୂପେ ପ୍ରତିହତ ନ ହୋଇଛି ସେ ପର୍ଯ୍ୟନ୍ତ କଡ଼ାକଡ଼ି ନିୟମ ପାଳନ କରିବାକୁ ପଡିବ। ଅନ୍ୟ ରାଜ୍ୟକୁ ଯାତ୍ରା କରିବା ପାଇଁ ଯେହେତୁ ସେତେଟା କଟକଣା ନାହିଁ, ତେଣୁ ଏ ଦିଗ ଉପରେ ମଧ୍ୟ ଲୋକଙ୍କୁ ଧ୍ୟାନ ଦେବାକୁ ପଡିବ। ଯେହେତୁ ଅନ୍ୟ ରାଜ୍ୟରେ ସଂକ୍ରମଣ ବଢୁଛି ତେଣୁ ଓଡ଼ିଶାରେ ସର୍ଭିଲାନ୍ସକୁ ଆହୁରି ଅଧିକ କରିବାକୁ ପଡିବ। ଟେଷ୍ଟିଙ୍ଗ, ଟ୍ରାକିଙ୍ଗ, ଟ୍ରିଟମେଣ୍ଟ ଉପରେ ଆହୁରି ଅଧିକ ଗୁରୁତ୍ୱ ଦେବାକୁ ପଡିବ। ଆମେ ସବୁ କ୍ଷେତ୍ର ପାଇଁ ପ୍ରସ୍ତୁତ ଅଛୁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ