ଦେଶ ବିଦେଶ ସ୍ୱାସ୍ଥ୍ୟ

ଆସନ୍ତା ମାସରୁ ଘର ଘର ବୁଲି ଟିକା ଦେବେ ସ୍ବାସ୍ଥ୍ୟକର୍ମୀ

ନୂଆଦିଲ୍ଲୀ : ଆସନ୍ତା ମାସରୁ ଦେଶବ୍ୟାପୀ ମେଗା ଟିକାକରଣ ଅଭିଯାନ ଆରମ୍ଭ କରିବେ କେନ୍ଦ୍ର ସରକାର। କରୋନାମୁକ୍ତ ଭାରତ ପାଇଁ ପଦକ୍ଷେପ ସ୍ବରୂପ ଆସନ୍ତା ମାସଠାରୁ ସମଗ୍ର ଦେଶରେ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ଟିକାକରଣ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବେ। କୋଭିଡ୍‌ ଟିକାର ଦ୍ବିତୀୟ ଡୋଜ୍‌ ନେବା ଅପେକ୍ଷାରେ ଥିବା ଲୋକମାନଙ୍କୁ ଏହି ଯୋଜନାରେ ଟିକା ଦିଆଯିବ। କେନ୍ଦ୍ର ସରକାରଙ୍କ ‘ହର୍‌ ଘର୍‌ ଦସ୍ତକ’ ଯୋଜନାରେ ସ୍ବାସ୍ଥ୍ୟକର୍ମୀମାନେ ଟିକାକରଣକୁ ନିଶ୍ଚିତ କରାଇବେ। ଏଥିସହ ଯେଉଁମାନେ ପ୍ରଥମ ଡୋଜ୍‌ ଟିକା ନେଇ ନାହାନ୍ତି ସେମାନଙ୍କୁ ଘରେ ଟିକାଦେବାର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪୮ଟି ଜିଲ୍ଲାକୁ ଚିହ୍ନଟ କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ