ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କେବେ ଖୋଲିବ ସ୍କୁଲ: ୧ମରୁ ୭ମ ଶ୍ରେଣୀ କ୍ଲାସ ନେଇ ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି କରୋନାର ସ୍ଥିତିରେ ସୁଧାର ଦେଖିବାକୁ ମିଳିଲାଣି । କରୋନାର ତୃତୀୟ ଲହର ସମ୍ଭାବନା କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ଏହି ଅବସରରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ପ୍ରସ୍ତୁତ ହେଉଛନ୍ତି । ଆସନ୍ତା ଦୀପାବଳୀ ପରେ ସ୍କୁଲ ଖୋଲିପାରେ । ୧ମରୁ ୭ମ ଶ୍ରେଣୀ ପିଲାଙ୍କ କ୍ଲାସ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ, ଦୀପାବଳୀ ପରେ ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବା ନେଇ ବିଚାରବିମର୍ଷ ଚାଲିଛି । ପିଲାଙ୍କ ଶିକ୍ଷା ଓ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ସ୍କୁଲ ଯାଇ ପାଠ ପଢ଼ିବା ପାଇଁ ପିଲାଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହେଲାଣି । ପୂର୍ବରୁ ଖୋଲିଥିବା ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି । ଅନୁରୂପ ଭାବେ ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବଶୀଘ୍ର ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ସ୍କୁଲ ଖୋଲିବା ନେଇ ଶିକ୍ଷାବିତ ଓ ବିଶେଷଜ୍ଞଙ୍କ ମତାମତ ଲୋଡ଼ାଯାଇଥିଲା । ସ୍କୁଲ ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବର୍ତ୍ତମାନ ଖୋଲିଥିବା ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ପ୍ରାୟ ୬୫ ପ୍ରତିଶତ ରହୁଥିବା ଦେଖାଯାଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି