ରାଜ୍ୟ ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ


ମେଷ: ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ। ବ୍ୟବସାୟରେ ବଡ଼ ଚୁକ୍ତି କରିପାରନ୍ତି। ଅଚାନକ କୌଣସି ବନ୍ଧୁ ଆସିବା ଯୋଗୁଁ ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।

ବୃଷ: ନିଜର ବ୍ୟକ୍ତିତ୍ବକୁ ବିକଶିତ କରିବା ଲାଗି ଦିନଟି ଭଲ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ମନ ଲାଗିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ।

ମିଥୁନ: ଧର୍ମ କାର୍ଯ୍ୟରେ ଆପଣଙ୍କର ବିଶ୍ବାସ ବଢ଼ିବ। ଗୁରୁତ୍ବପୂର୍ଣ୍ଣ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ସଂପୂର୍ଣ୍ଣ ହୋଇଯିବ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ।

କର୍କଟ: ଲାଗି ରହିଥିବା ଅଶାନ୍ତି ସମାପ୍ତ ହୋଇପାରେ। ବ୍ୟାବସାୟିକ କାର୍ଯ୍ୟ ପାଇଁ ରାଜ୍ୟ ବାହାରକୁ ଯିବେ। ପ୍ରତିଯୋଗୀ ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।

ସିଂହ: ରାଜନୈତିକ ଓ ସାମାଜିକ କାର୍ଯ୍ୟରେ ସମୟ ଦେବେ। ଚାକିରିଆ ଆଶା କରୁଥିବା ଅଞ୍ଚଳକୁ ବଦଳି ହୋଇପାରନ୍ତି। ବାହନ କିଣିବା ଲାଗି ଦିନଟି ଶୁଭ।

କନ୍ୟା: ସମସ୍ତଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବ। ବ୍ୟବସାୟରେ ଉନ୍ନତି ପାଇଁ ନୂଆ ରାସ୍ତା ଖୋଲିବ। ଜୀବନସାଥୀଙ୍କ ଠାରୁ ସକାରାତ୍ମକ ସଂକେତ ମିଳିପାରେ।

ତୁଳା: ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅନ୍ୟମାନଙ୍କ ସହ କଥା ହେବା ସମୟରେ ଠିକ୍ ଭାଷା ପ୍ରୟୋଗ କରନ୍ତୁ। ଘରକୁ ଅଚ‌ାନକ କୌଣସି ବନ୍ଧୁ ଆସିପାରନ୍ତି।

ବିଛା: ଆପଣଙ୍କ ମନ ଆଧ୍ୟାତ୍ମିକ ଚିନ୍ତାରେ ଅଧିକ ରହିବ। କୌଣସି ପାଖଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିବେ। ଭଲ କଂପାନିରେ ସାକ୍ଷାତକାର ପାଇଁ ଡାକରା ଆସିବ।

ଧନୁ: ଅଫିସରେ ଅଧିକ ସମୟ କାମ କଲେ ଯାଇ ବଳକା କାମ ପୂରା ହେବ। ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ୍ୟ ରହିବ। ଶିକ୍ଷାର୍ଥୀ ବରିଷ୍ଠଙ୍କ ପରାମର୍ଶ ନେବା ଉଚିତ।

ମକର: ବ୍ୟବସାୟରେ କିଛି ନୂଆ କରିବା ପାଇଁ ମନରେ ବିଚାର ଆସିବ। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁ ସହ ବୁଲି ଯିବାର ଯୋଜନା କରିପାରନ୍ତି।

କୁମ୍ଭ: ନୂଆ ଲୋକଙ୍କ ସହ ବନ୍ଧୁତା ହେବ। ଆପଣଙ୍କ ମସ୍ତିଷ୍କରେ ଏଭଳି ବିଚାର ଆସିବ ଯାହା ପ୍ରଗତିର ଦ୍ବାର ଖୋଲିଦେବ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରି ମିଳିବ।

ମୀନ: ବୟୋଜ୍ୟେଷ୍ଠଙ୍କ ସେବା କରନ୍ତୁ, ଆର୍ଥିକ ସ୍ଥିତି ସୁଧୁରିବ। ବ୍ୟବସାୟ କାମରେ ରାଜ୍ୟ ବାହାରକୁ ଯିବାର ଯୋଜନା କରିବେ। ଜମିରେ ନିବେଶ ଲାଗି ଭଲ ଦିନଟିଏ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।